Home » ଦେଶ-ବିଦେଶ » ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ନବୀନ ପଟ୍ଟନାୟକ ନିଜର ଇସ୍ତଫା ପତ୍ର ପ୍ରଦାନ କରିବା ପରେ ନବୀନ ନିବାସକୁ ଫେରିଛନ୍ତି।

ଚଳିତ ନିର୍ବାଚନରେ ବଡ଼ ପରାଜୟର ସାମ୍ନା କରିଛି ବିଜେଡି। ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି। ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି। ୭୮ ଆସନରେ ବିଜୟ ସହ ବିଜେପି ବହୁମତ ପାଇଥିବା ବେଳେ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ । ତେବେ ୨୦୨୪ ମସିହାରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

Source link

dinankatv
Author: dinankatv

Leave a Comment

RELATED LATEST NEWS